Skip to main content

ପ୍ଲାଣ୍ଟସାଇଟ୍‌ରେ ଗହଣା ଚୋରି ଘଟଣାର ପର୍ଦ୍ଦାଫାଶ: ୫ ଗିରଫ, ସୁନା ଅଳଙ୍କାର ଓ ୭୦ ହଜାର ଟଙ୍କା ଜବତ

ପ୍ଲାଣ୍ଟସାଇଟ୍‌ରେ ଗହଣା ଚୋରି ଘଟଣାର ପର୍ଦ୍ଦାଫାଶ: ୫ ଗିରଫ, ସୁନା ଅଳଙ୍କାର ଓ ୭୦ ହଜାର ଟଙ୍କା ଜବତ

ରାଉରକେଲା,24|7(ଭାଗ୍ୟ ପ୍ରଣେତା)-ପ୍ଲାଣ୍ଟସାଇଟ୍ ଥାନା ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କ ଘରର ଝରକା ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଚୋରି ଘଟଣାରେ ପୋଲିସ ସଫଳତା ହାସଲ କରିଛି। ଏହି ମାମଲାରେ ପୋଲିସ ଗୁରୁବାର ୫ ଜଣଙ୍କୁ ଗିରଫ କରିଥିବାବେଳେ ସେମାନଙ୍କଠାରୁ ସୁନା ଅଳଙ୍କାର ସହ ନଗଦ ୭୦ ହଜାର ଟଙ୍କା ଜବତ କରିଛି।               


ଗିରଫ ଅଭିଯୁକ୍ତମାନେ ହେଲେ ଆନନ୍ଦ ଭବନ ଲେନ୍‌ର ଅମନ ଅଂସାରୀ (୨୩), ଜୁନୈଦ ଖାନ୍ (୨୧), ରେଳବାଇ କଲୋନୀ ରିମଝିମ ବସ୍ତିର ବିଶାଳ ସାହୁ (୨୧), ପୁରୁଣା ଟ୍ୟାକ୍ସି ଷ୍ଟାଣ୍ଡର କପିଲ ଦେବ ଶର୍ମା (୫୪) ଏବଂ ଜଣେ ନାବାଳକ। ପୋଲିସ ମାମଲା ନଂ–୭୩୨/୨୬ ରୁଜୁ କରି ୪ ଜଣ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଥିବାବେଳେ ନାବାଳକଙ୍କୁ ବାଳ ସୁଧାର ଗୃହକୁ ପଠାଇଛି।

ପୋଲିସ ସୂଚନା ଅନୁଯାୟୀ, ଗତ ୧୨ ତାରିଖ ରାତିରେ ଅଭିଯୁକ୍ତମାନେ ରାଉରକେଲା ଦରଘା ମହଲ୍ଲାର ବାସିନ୍ଦା ସମିମ ଅଖତାରଙ୍କ ଘରର ଝରକା ଭାଙ୍ଗି ଭିତରକୁ ପ୍ରବେଶ କରି ସୁନା ଅଳଙ୍କାର ଲୁଟ୍ କରିଥିଲେ। ଏନେଇ ସମିମ ପ୍ଲାଣ୍ଟସାଇଟ୍ ଥାନାରେ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା। ବିଭିନ୍ନ ପ୍ରମାଣ ଏବଂ ସୂଚନା ଆଧାରରେ ପୋଲିସ ଅଭିଯୁକ୍ତମାନଙ୍କୁ ଚିହ୍ନଟ କରି ଗିରଫ କରିଥିଲା।

ତଦନ୍ତ ସମୟରେ ଅଭିଯୁକ୍ତମାନଙ୍କଠାରୁ ଚୋରି ହୋଇଥିବା ସୁନା ଅଳଙ୍କାର ସହ ନଗଦ ୭୦ ହଜାର ଟଙ୍କା ଜବତ କରାଯାଇଛି। ପ୍ଲାଣ୍ଟସାଇଟ୍ ଥାନାଧିକାରୀ ବିବତ୍ସ ପ୍ରଧାନ କହିଛନ୍ତି ଯେ, ଗିରଫ ଅଭିଯୁକ୍ତ ଅମନ ଅଂସାରୀଙ୍କ ବିରୋଧରେ ପୂର୍ବରୁ ପ୍ଲାଣ୍ଟସାଇଟ୍ ଥାନାରେ ଏକ ଆପରାଧିକ ମାମଲା ଥିବାବେଳେ ବିଶାଳ ସାହୁଙ୍କ ନାମରେ ପ୍ଲାଣ୍ଟସାଇଟ୍ ଓ ଉଦିତନଗର ଥାନାରେ ଦୁଇଟି ଆପରାଧିକ ମାମଲା ରହିଛି। ପୋଲିସ ଏହି ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Comments

Popular posts from this blog

A demand has been made by the Rourkela Engineers Association to develop Rourkela into “Greater Rourkela”

 A demand has been made by the Rourkela Engineers Association to develop Rourkela into “Greater Rourkela”                          Cabinet minister juel oram with rourkela ingineer association Rourkela, 22/2:(The Future Guider)-On Sunday, the Rourkela Engineers Association met and submitted a memorandum to Union Minister and Sundargarh MP Jual Oram, Revenue Minister Suresh Pujari, Revenue Secretary Aravind Padhee, and Deputy Speaker of the Legislative Assembly Bhavani Shankar Bhoi, demanding that Rourkela be developed as “Greater Rourkela.” The memorandum highlights the following key demands: Urban Infrastructure, Tourism and Connectivity Aviation excellence: Expansion to 4C category, full operationalization of ILS/NLS systems. Establishment of an ISBT with a multi-modal skywalk and a “Transit Mall.” Construction of a 140 km outer ring road named the “Steel Corridor,” defining the rural boundary areas. Introduction of...

ରାଉରକେଲାକୁ ଗ୍ରେଟର ରାଉରକେଲା ଭାବେ ଉଦୀୟମାନ କରିବା ନେଇ ରାଉରକେଲା ଇଞ୍ଜିନିୟର୍ସ ସଂଘ ପକ୍ଷରୁ ଦାବୀ

ଓଡିଶା ବିଧାନସଭା ଉପବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କ ସହିତ ସଂଘ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସହିତ ରାଉରକେଲା ଇଂଜିନିୟର ସଂଘର ବିମଳ ବିଶି ଓ ଅନ୍ୟମାନେ   ସୁରେଶ ପୂଜାରୀଙ୍କ ସହିତ ବିମଳ ବିଶି ରାଉରକେଲା,23|2-ରାଉରକେଲା ଇଞ୍ଜିନିୟର୍ସ ଏସୋସିଏସନ ପକ୍ଷରୁ ରବିବାର ମାନ୍ୟବର କେନ୍ଦ୍ରମନ୍ତ୍ରୀ ତଥା ସୁନ୍ଦରଗଡ଼ ସାଂସଦ ଜୁଏଲ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ରାଜସ୍ୱ ସଚିବ ଅରବିନ୍ଦ ପାଢ଼ୀ ଏବଂ ବିଧାନସଭା ଉପ-ବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କୁ ରାଉରକେଲାକୁ ଗ୍ରେଟର ରାଉରକେଲା ଭାବେ ଉଦୀୟମାନ କରିବା ନେଇ ସାକ୍ଷାତ ଓ ଦାବୀ କରାଯାଇଛି | ଦାବୀରେ ସହରୀ ଭିତ୍ତିଭୂମି, ପର୍ଯ୍ୟଟନ ଏବଂ ସଂଯୋଗୀକରଣ, ବିମାନ ଚଳାଚଳ ଉତ୍କର୍ଷତା: ୪ସି ବର୍ଗ ବିସ୍ତାର, ଆଇଏଲଏସ/ଏନଏଲଏସ ପୂର୍ଣ୍ଣ କାର୍ଯ୍ୟକ୍ଷମ, ଆଇଏସବିଟି: ମଲ୍ଟି-ମୋଡାଲ୍ ସ୍କାଏୱାକ୍ ସହିତ "ଟ୍ରାନଜିଟ୍ ମଲ୍" ସ୍ଥାପନ | ଷ୍ଟିଲ୍ କରିଡର" ବାହ୍ୟ ରିଙ୍ଗ ରୋଡ୍ ଗ୍ରାମ ସୀମାକୁ ପରିଭାଷିତ କରୁଥିବା ୧୪୦ କିଲୋମିଟର ରାସ୍ତାର ନବନିର୍ମାଣ। ସହର ମଧ୍ୟରେ ପରିବହନ ଜନିତ ମେଟ୍ରୋ-ଲାଇଟ୍/ଟ୍ରାମ୍ କରିଡର ଏବଂ ସ୍ମାର୍ଟ ଲାଷ୍ଟ-ମାଇଲ୍ସଂ ଯୋଗୀକରଣ,ରେଳବାଇ ଶକ୍ତି ଇସିଓଆର ଅଧୀନରେ ରାଉରକେଲା ରେଳ ଡିଭିଜନ ମୁଖ୍ୟାଳୟ ସ୍ଥାପନ। ନୂତନ ରେଳ ଟର୍ମିନାଲ ରଣନୀତି ସହ ନୂତନ ରାଉରକେଲା ସିଟି ଷ୍ଟେସନ ପ୍ରତିଷ୍ଠା। ସହରର ଐତିହ୍ୟ ସମ୍ପର୍ଣ୍ଣ ନଦୀକୂଳ କରିଡର:ନଦୀବନ...

ग्रेटर राउरकेला के मांग को लेकर राउरकेला इंजीनियर एसोसिएशन के तरफ से सौंपा गया ज्ञापन

रेवेन्यू मिनिस्टर सुरेश पुजारी के साथ बिमल बिशी  ग्रेटर राउरकेला के मांग को लेकर राउरकेला इंजीनियर एसोसिएशन के तरफ से सौंपा गया ज्ञापन                            कैबिनेट मिनिस्टर जुएल ओराम के साथ इंजीनियर संघ राउरकेला, 23/2: (भाग्य प्रणेता) – रविवार को राउरकेला इंजीनियर्स एसोसिएशन ने केंद्रीय मंत्री एवं सुंदरगढ़ सांसद जुएल ओराम, राजस्व मंत्री सुरेश पुजारी, राजस्व सचिव अरबिंद पाढ़ी तथा विधानसभा के उपाध्यक्ष भवानी शंकर भोई को एक ज्ञापन सौंपा। इसमें राउरकेला को “ग्रेटर राउरकेला” के रूप में विकसित करने की मांग की गई। ज्ञापन में निम्न प्रमुख मांगें शामिल हैं: शहरी अवसंरचना, पर्यटन और कनेक्टिविटी विमानन उत्कृष्टता: एयरपोर्ट को 4C श्रेणी तक विस्तारित करना तथा ILS/NLS प्रणाली को पूर्ण रूप से चालू करना। मल्टी-मॉडल स्काईवॉक और “ट्रांजिट मॉल” सहित एक आईएसबीटी (इंटर-स्टेट बस टर्मिनल) की स्थापना। 140 किमी लंबी बाहरी रिंग रोड “स्टील कॉरिडोर” का निर्माण, जो ग्रामीण सीमा क्षेत्रों को परिभाषित करेगी। शहर के भीतर मेट्रो-लाइट/ट्राम ...